Report Card Odisha

| Daily Odia News

ବାଇକ୍‌ କୁ ଧକ୍କା ଦେଲା ଟ୍ରକ୍‌,୩ ମୃତ…..

ରିପୋର୍ଟ କାର୍ଡ / ଅନୁଗୁ‌‌ଳ

ଏନ୍ଏଚ୍ ୫୫ ପଞ୍ଚମହଲା ନିକଟରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ୩ ବାଇକ୍‌ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାକୁ ନେଇ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ମୃତକମାନେ ଅନୁଗୁଳ ଜିଲ୍ଲାର ଡେରଜାଙ୍ଗ ଗାଁର ବୋଲି ଜଣାଯାଇଛି। ସେମାନେ ହେଲେ ୪୮ ବର୍ଷୀୟ କୃପା ଦେହୁରୀ, ୨୧ ବର୍ଷୀୟ ରାଜେନ୍ଦ୍ର ପ୍ରଧାନ ଓ ୧୭ ବର୍ଷୀୟ ସୁବ୍ରତ ପ୍ରଧାନ । ଡେରଜାଙ୍ଗ ଗାଁର ଏହି ୩ ଜଣ ଆଜି ସକାଳେ ବାଇକରେ ନିଜ ଗାଁରୁ ଅନୁଗୁଳ ଅଭିମୁଖେ ଆସୁଥିଲେ। ପଞ୍ଚମହଲା ନିକଟରେ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ଟି ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ ଯୁବକ ଛିଟିକି ପଡ଼ିଥିବା ବେଳେ ସେମାନଙ୍କ ମୃତ୍ୟୁ ଘଟିଥିଲା । ଏହାକୁ ନେଇ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଗାଡ଼ି ଚଳାଚଳ ବନ୍ଦ ରହିଛି। ପୁଲିସ୍‌ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବାକୁ ଉଦ୍ୟମ କରୁଥିବା ବେଳେ ତାହା ସଫଳ ହୋଇ ପାରିନି। ମୃତକଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାଯାଇଛି।

Breaking News