Report Card Odisha

| Daily Odia News

ହେଲିକପ୍ଟରକୁ ଚଢ଼ିବା ବେଳେ ପଡ଼ିଗଲେ ଦିଦି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ନିର୍ବାଚନ ପ୍ରଚାର ବେଳେ ଆହତ ହୋଇଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ଆଜି ମମତା ପଶ୍ଚିମବଙ୍ଗର ଦୁର୍ଗାପୁରରେ ପହଞ୍ଚିଥିଲେ। ପ୍ରଚାର ଶେଷ ‌କରି ଫେରିବା ସମୟରେ ହେଲିକପ୍ଟରରେ ଚଢ଼ିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ହେଲିକପ୍ଟର ଭିତରକୁ ଯାଇ ତଳେ ପଡ଼ିଯାଇଥିବାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। କୁହାଯାଇଛି ଯେ ଏହି ଦୁର୍ଘଟଣାରେ ମମତା ସାମାନ୍ୟ ଆହତ ହୋଇଛନ୍ତି।

Breaking News