ରିପୋର୍ଟ କାର୍ଡ / ଗଞ୍ଜାମ
ତପ୍ତପାଣି ଘାଟିରେ ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୨ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଅଡବା ଥାନା କଟାମାରୁ ୧୨ ଜଣ ଶ୍ରମିକ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ଏହି ସମୟରେ ତପ୍ତପାଣି ବୁଲାଣିଆ ଘାଟିରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଗାଡ଼ି ତଳେ ୨ଜଣ ଶ୍ରମିକ ଚାପି ହୋଇ ରହିଯାଇଥିବା ବେଳେ ସ୍ଥାନୀୟ ଲୋକେ ଜଣଙ୍କୁ ଉଦ୍ଧାର କରିଥିଲେ। ଅନ୍ୟ ଜଣେ ଶ୍ରମିକ ଏବେବି ଗାଡ଼ି ତଳେ ଚାପି ହୋଇ ରହିଛନ୍ତି। ପାଟପୁର ପୋଲିସ ଓ ମୋହନା ଓ ସାନ ଖେମୁଣ୍ଡି ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଆହତମାନଙ୍କୁ ଦିଗପହଣ୍ଡି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….