ରିପୋର୍ଟ କାର୍ଡ/ ଭୁବନେଶ୍ଵର
ଚଳିତ ମାସ ୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର , ନେଇ ସୂଚନା ଦେଇଛନ୍ତି। ସେହିପରି ମେ ୪ ତାରିଖରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓଡିଶା ଆସିବେ । ସେଦିନ ସେ ବିଜେପି କାର୍ଯ୍ୟାଳୟରେ ବରିଷ୍ଠ ନେତୃବୃନ୍ଦଙ୍କ ସହିତ ଆଲୋଚନା ପରେ ସନ୍ଧ୍ୟାରେ ଏକ ଘରୋଇ ହୋଟେଲରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……