ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ଅବକାରୀ ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି ମିଳିବାର ସମ୍ଭାବନା ସୃଷ୍ଟି ହୋଇଛି। ଦେଶରେ ବର୍ତ୍ତମାନ ନିର୍ବାଚନ ଚାଲିଥିବାରୁ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଉପରେ ଶୁଣାଣି କରିବାକୁ ରାଜି ହୋଇଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦୀପଙ୍କର ଦତ୍ତାଙ୍କ ଖଣ୍ଡପୀଠ ଆଜି କହିଛନ୍ତି ଯେ ସେମାନେ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନର ଶୁଣାଣି ମଙ୍ଗଳବାର ଅର୍ଥାତ ମେ’ ୭ ତାରିଖରେ କରିବେ। ସେହିଦିନ ଦୁଇ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣିବେ। ଏଥିପାଇଁ ଇଡି ଓ କେଜ୍ରିୱାଲଙ୍କ ଓକିଲଙ୍କୁ ପ୍ରସ୍ତୁତ ହୋଇ ଆସିବାକୁ ଖଣ୍ଡପୀଠ କହିଛନ୍ତି।






More Stories
କେରଳରେ ଭୂସ୍ଖଳନ,୨ ମୃତ…..
ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ‘ବିତାଙ୍ଗ ଆଦିପୂର୍ଣ୍ଣ’ ସମ୍ମାନ……
ଅଗ୍ନିବୀର ନିଯୁକ୍ତି ପାଇଁ ଆସୁଛି ନୂଆ ନିୟମ…..