ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ବାଚନ ପ୍ରଚାର ପାଇଁ ଆଜି ୪ଟି ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମେ କୋରାପୁଟ, ପରେ ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଯିବେ। ପୂର୍ବାହ୍ନରେ କୋରାପୁଟ ଓଏମପି ପଡ଼ିଆରେ ଜନସଭାରେ ଉଦବୋଧନ ଦେବେ। ଏହାପରେ ନବରଙ୍ଗପୁର ମାଝିଗୁଡ଼ା ଗ୍ରାଉଣ୍ଡରେ ରହିଛି ନବୀନଙ୍କ ନିର୍ବାଚନୀ ରାଲି।ଅପରାହ୍ଣରେ ରାୟଗଡ଼ା ଟିକିରି ମୁସୁରିପଲ୍ଲାର ଛକ ଠାରେ ସାଧାରଣ ସଭାରେ ଯୋଗ ଦେବେ। ଏହାପରେ ଗଜପତିର ପାରଳାଖେମୁଣ୍ଡି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ କରିବେ। ପ୍ରଥମ ପର୍ଯ୍ୟାୟରେ ଏହି ୪ଟି ଜିଲ୍ଲାରେ ନିର୍ବାଚନ ଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ ନବୀନ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..