ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ପଦରୁ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଏହାସହିତ ଅତିରିକ୍ତ ଦାୟିତ୍ବରେ ଥିବା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ପଦରୁ ହଟାଇ ଦିଆଯାଇଛି। ସୁଜାତାଙ୍କ ସ୍ଥାନରେ ଶାଲିନୀ ପଣ୍ଡିତ ହେଲେ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ। ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଶାଲିନୀ ପଣ୍ଡିତଙ୍କୁ ଉପରୋକ୍ତ ଅତିରିକ୍ତ ଦାୟିତ୍ବ ତୁଲାଇବା ପାଇଁ ସରକାର ଅନୁମତି ଦେଇଛନ୍ତି। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..