ରିପୋର୍ଟ କାର୍ଡ / କଟକ
ସାଂସଦ ଅନୁଭବ ମହାନ୍ତିଙ୍କ ପାଇଁ ପୁଣି ଥରେ ଅଡୁଆ ବଢିଛି । ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଅନୁଭବଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ କରାଯାଇଥିବା ଘରୋଇ ହିଂସା ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟ। ସୂଚନାଯୋଗ୍ୟ, ଅନୁଭବଙ୍କ ବିରୋଧରେ କଟକ ପୁରୀଘାଟ ଥାନରେ ବର୍ଷା ଅଭିଯୋଗ କରିଥିଲେ। ଏହି ମାମଲା ଏବେ କୋର୍ଟରେ ବିଚାରଧୀନ ଅଛି। ଏହି ମାମଲାରେ ଅନୁଭବଙ୍କ ଡିସଚାର୍ଜ ଆବଦେନର ଗତକାଲି ଶୁଣାଣି ହୋଇଥିଲା। ଅନୁଭବଙ୍କ ଡିସଚାର୍ଜ ପିଟିସନ୍ ଖାରଜ କରିବା ସହ ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..