ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ଅକ୍ଷୟ ତୃତୀୟା। ବୈଶାଖା ମାସ ଶୁକ୍ଳ ତୃତୀୟା କୁ ଅକ୍ଷୟ ତୃତୀୟା କୁହାଯାଏ ବା ଅକ୍ଷୟ ତୃତୀୟା ପାଳନ କରାଯାଏ | ଏହି ଦିନ ଚଷା ପୁଅ ବା କୃଷକ ଅକ୍ଷିମୁଠି ଅନୁକୂଳ କରିଥାଏ | ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ଦିନିଆ ଚନ୍ଦନ ଯାତ୍ରା। ଆରମ୍ଭ ହେବ ରଥ ନିର୍ମାଣ ଅନୁକୁଳ ନୀତି । ମହାପ୍ରଭୁଙ୍କ ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେଉଛି। ଅପରାହ୍ନ ସାଢେ ୩ଟାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ରାମକୃଷ୍ଣ ବିମାନକୁ ବିଜେ କରିବା ପରେ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ବିମାନ ସହ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ। ଅନ୍ୟପଟେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅପରାହ୍ନ ୪ଟାରେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ଆସିବା ପରେ ସୁବର୍ଣ୍ଣ କୁରାଢୀରେ ତିନି ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରାଯିବା ନେଇ ସୂଚନା ମିଳିଛି। ଚଳିତ ଥର ଚନ୍ଦନ ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..