ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ହେବାର ନାହିଁ। ରାଜ୍ୟର କିଛି କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ। କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱର୍ଣିଁ ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟାରେ କେଉଁଝର, ବାଲେଶ୍ଵର, ମୟୂରଭଞ୍ଜ , କେନ୍ଦ୍ରାପଡ଼ା ଭଦ୍ରକରେ ଗୋଟେ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।ଏହା ସହ ଉତ୍ତର ଓ ଦକ୍ଷିଣ ଉପକୂଳ ଅଞ୍ଚଳରେ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ପବନର ବେଗ ୩୦ରୁ ୪୦ କିମି ଘଣ୍ଟା ପ୍ରତି ରହିବ। ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ ଆହୁରି କହିଛନ୍ତି, ଟୁଇନ୍ ସିଟିରେ ଆଜି ଅପରାହ୍ନ ପରେ ସନ୍ଧ୍ୟା ଏବଂ ରାତ୍ରି ସମୟରେ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହା ସହ ତାପମାତ୍ରା ୩୭ ଡିଗ୍ରି ଭିତରେ ରହିପାରେ। ଉତ୍ତର ବିହାରରୁ ଉତ୍ତର ଓଡ଼ିଶା ପର୍ଯ୍ୟନ୍ତ ଏକ ନିମ୍ନଚାପ ରେଖା ଗତି କରୁଛି ଝାରଖଣ୍ଡ ଓ ପଶ୍ଚିମବଙ୍ଗ ଦେଇ ତାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ।






More Stories
ଡିଜିପି ଅନୁରାଗ ଧନଖରଙ୍କ ଆତ୍ମହତ୍ୟା…..
ପ୍ରବଳ ବର୍ଷା ନେଇ ସତର୍କ…..
ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ…..