Report Card Odisha

| Daily Odia News

ଖଲ୍ଲିକୋଟ ହିଂସାକାଣ୍ଡ ଘଟଣାରେ ୮ ଗିରଫ…..

ରିପୋର୍ଟ କାର୍ଡ / ଗଞ୍ଜାମ

ଗଞ୍ଜାମ ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ ୮ ଜଣ ଗିରଫ ହୋଇଛନ୍ତି। ଆକ୍ରମଣକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ପୋଲିସ ଗିରଫ କରିଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣସରଣପୁର ଗାଁରେ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବୁଧବାର ରାତିରେ ବିଜେଡି ଓ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ବିଜେପିର ୪ ଜଣ କର୍ମୀ ଆହତ ହୋଇଥିଲେ। ଗୁରୁତରଙ୍କୁ ତୁରନ୍ତ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି। ସେପଟେ ଘଟଣାକୁ ନେଇ ପରିବାର ଲୋକଙ୍କ ସହ ମିଶି ଥାନା ଘେରାଉ କରିଛି ବିଜେପି।ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ।ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି। ମୁଁ ନିଶ୍ଚିତ ଯେ ଏହି ଜଘନ୍ୟ ଅପରାଧର ଅପରାଧୀଙ୍କ ବିରୋଧରେ ପୋଲିସ ଦୃଢ଼ ତଥା ଦୃଷ୍ଟାନ୍ତମୁଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

Breaking News