ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଦ୍ୱିତୀୟ ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ତତ୍ ଅଧୀନରେ ଆସୁଥିବା ୩୫ ଆସନରେ ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସୁନ୍ଦରଗଡ଼ ବଣାଇ ଓ ରାଜଗାଙ୍ଗପୁରରେ ଜନସଭାକୁ ସମ୍ବୋଧନ କରିବାର କାର୍ୟ୍ୟକ୍ରମ ରହିଛି। ଅନ୍ୟପକ୍ଷରେ ବଲିଉଡ୍ ଡ୍ରିମଗାର୍ଲ ତଥା ବିଜେପି ସାଂସଦ ହେମାମାଳିନୀ ଆଜି ଅନୁଗୁଳ ପାଲଲହଡ଼ା ଓ ଦେବଗଡ଼ରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।କେନ୍ଦ୍ରମନ୍ତ୍ରୀ ଭୂପିନ୍ଦର ସିଂ ଯାଦବ ଆଜି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳିର ମୁରିବାହାଲରେ ଜନସଭାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ନିର୍ବାଚନୀ ପ୍ରଭାରୀ ବିଜୟ ପାଲ ସିଂ ତୋମାର୍ ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ଜନସଭାରେ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।






More Stories
ହାତୀକୁ ଫାର୍ମହାଉସରେ ପୋତିଥିଲେ:୩ ଗିରଫ……
ହାଜତ ମୃତ୍ୟୁର ରିପୋର୍ଟ ମାଗିଲେ NHRC…..
ବଢିଲା ବସ୍ ଭଡ଼ା…..