Report Card Odisha

| Daily Odia News

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେଉଛି । ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ,ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଭୋଟର ଏବଂ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି। ଏହି ପର୍ଯ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର ରହିଛି।

Breaking News