ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନୀଷ ସିସୋଦିଆଙ୍କ ହାଜତ ରହଣି ଅବଧି ବୃଦ୍ଧି ହୋଇଛି। ସିସୋଦିଆ ମେ’ ୩୧ ଯାଏ ଜେଲ ହାଜତରେ ରହିବେ। ଆଜି ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଅବଧି ବୃଦ୍ଧି କରିଛନ୍ତି| ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ଗତବର୍ଷ ଫେବୃଆରୀ ମାସରେ ସିସୋଦିଆଙ୍କୁ ଗିରଫ କରିଥିଲା। ସେବେଠାରୁ ସେ ବିଚାର ବିଭାଗୀୟ ହାଜତରେ ରହିଛନ୍ତି। ସେ ବାରମ୍ବାର ଜାମିନ ଆବେଦନ କରୁଥିଲେ ହେଁ ତାଙ୍କୁ ନିରାଶ ହେବାକୁ ପଡ଼ିଛି। ଏବେ ସେ ପୁଣି ୩୧ ଯାଏ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….