ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନୀଷ ସିସୋଦିଆଙ୍କ ହାଜତ ରହଣି ଅବଧି ବୃଦ୍ଧି ହୋଇଛି। ସିସୋଦିଆ ମେ’ ୩୧ ଯାଏ ଜେଲ ହାଜତରେ ରହିବେ। ଆଜି ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଅବଧି ବୃଦ୍ଧି କରିଛନ୍ତି| ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ଗତବର୍ଷ ଫେବୃଆରୀ ମାସରେ ସିସୋଦିଆଙ୍କୁ ଗିରଫ କରିଥିଲା। ସେବେଠାରୁ ସେ ବିଚାର ବିଭାଗୀୟ ହାଜତରେ ରହିଛନ୍ତି। ସେ ବାରମ୍ବାର ଜାମିନ ଆବେଦନ କରୁଥିଲେ ହେଁ ତାଙ୍କୁ ନିରାଶ ହେବାକୁ ପଡ଼ିଛି। ଏବେ ସେ ପୁଣି ୩୧ ଯାଏ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି।






More Stories
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….