ରିପୋର୍ଟ କାର୍ଡ / ଭୁବନେଶ୍ବର
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି ଉତ୍ତରପୂର୍ବ ଦିଗରେ ଗତି କରିବ। ପରେ ଏହା ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ। ୨୪ ତାରିଖ ସକାଳ ବେଳକୁ ପବନର ବେଗ ସମୁଦ୍ରରେ ଅଧିକ ରହିବ। ଆଜି ଉପକୂଳ ଓଡ଼ିଶା ସମେତ ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..