ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ବୁଧବାର ତୁଳନାରେ ଗୁରୁବାର ବଙ୍ଗୋପସାଗର ସକ୍ରିୟ ଲଘୁଚାପ କ୍ଷେତ୍ର ନିକଟରେ ପବନର ଘୂର୍ଣ୍ଣୟମାନ ବେଗ ବୃଦ୍ଧି ପାଇବାରେ ଲାଗିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଫଳରେ ଏହା ଅଧିକ ଘନୀଭୂତ ହେବାରେ ଲାଗିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାପରେ ଅବପାତ ଉତ୍ତର-ପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ୨୫ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । ୨୬ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପାଖରେ ପହଞ୍ଚିବ । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରୁଛନ୍ତି । ଏହାର ପ୍ରଭାବରେ ୨୫ରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ବା ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……