ରିପୋର୍ଟ କାର୍ଡ / କନ୍ଧମାଳ
କନ୍ଧମାଳ ସଂସଦୀୟ କ୍ଷେତ୍ର କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଦୁଇଟି ବୁଥ୍ରେ ଆଜି ସାନି ମତଦାନ ଜାରି ରହିଛି। କିରାସିରା ଓ ମହେଶ୍ୱରପିଣ୍ଡା ବୁଥରେ ଶାନ୍ତିଶୃଙ୍ଖଳା ସହ ମତଦାନ ଜାରି ରହିଛି। ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଦିନ ୪ଟା ପର୍ଯ୍ୟନ୍ତ ଚାଲିବ । କିରାସିରା ବୁଥରେ ରିଗିଂ ଅଭିଯୋଗ ହୋଇଥିଲା । ସେହିପରି ମହେଶ୍ୱରପିଣ୍ଡା ବୁଥ୍ରେ ମତଦାନ ଉତ୍ତେଜନା ସୃଷ୍ଟି ହୋଇଥିବାରୁ ମତଦାନ ବନ୍ଦ ରହିଥିଲା । ସେଠାରେ ସାନି ମତଦାନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ବାଚନ ମଣ୍ଡଳୀର ସମସ୍ତ ପ୍ରାର୍ଥୀ ଓ ବୁଥ୍ର ସମସ୍ତ ଭୋଟରଙ୍କୁ ଏନେଇ ସୂଚନା ଦେବା ପାଇଁ ଉଭୟ ବୌଦ୍ଧ ଓ କନ୍ଧମାଳର ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କୁ ଇସିଆଇ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା । ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ଭାବେ ଇସିଆଇଙ୍କ ପକ୍ଷରୁ ନିଯୁକ୍ତ କରାଯାଇଛି।






More Stories
ଆସିଲା ବିୟୁଟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ…..
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..