ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଭୁବନେଶ୍ୱରରେ ସଂସଦୀୟ କ୍ଷେତ୍ରରେ ହେବ ମତଦାନ । ନିଜ ଲୋକସଭା କ୍ଷେତ୍ରର କେତେକ ଅଞ୍ଚଳରେ ରିଗିଂ ଆଶଙ୍କା କରି ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭୁବନେଶ୍ବର ସାଂସଦ ତଥା ବିଜେପିର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖିଛନ୍ତି | ଦୁଇଜଣ ଅବସରପ୍ରାପ୍ତ ପୋଲିସ ଅଫିସରଙ୍କ ଭୂମିକାକୁ ସେ ସନ୍ଦେହ କରିଛନ୍ତି । ସେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ (ସିଏପିଏଫ୍) ମୁତୟନ ଦାବି କରିଛନ୍ତି। ଦୁଇ ଅବସରପ୍ରାପ୍ତ ପୋଲିସ ଅଫିସର ନଗେନ୍ଦ୍ର ମୁଣ୍ଡ ଓ ଶାନ୍ତନୁ ଦାସଙ୍କ ଭୂମିକାକୁ ସନ୍ଦେହ କରି ସେ ଏଭଳି ଚିଠି ଲେଖିବା ଜଣାଯାଇଛି। ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ପାଇଥିବା ନେଇ ସେ ଚିଠିରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅବଗତ କରିଛନ୍ତି। ଏଣୁ ମଧ୍ୟ ଭୁବନେଶ୍ୱରର ୱାର୍ଡ ନଂ ୪୬, ବାୟାବାବା ମଠ ଅଞ୍ଚଳ, ସହିଦନଗର, ୟୁନିଟ୍-୮, ମାଳିସାହି ଅଞ୍ଚଳ ଓ ଖୋର୍ଦ୍ଧା ସହରାଞ୍ଚଳରେ ରିଗିଂ ଆଶଙ୍କା ପ୍ରକଟ କରି ସେସବୁ ସ୍ଥାନରେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ ମୁତୟନ କରାଯିବାକୁ ଦାବି କରିଛନ୍ତି ଅପରାଜିତା ଷଡ଼ଙ୍ଗୀ।






More Stories
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….
ସଚିବଙ୍କୁ ଛୁଟି ମନା…..
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..