ରିପୋର୍ଟ କାର୍ଡ / ଆଠଗଡ଼
ବୁଥ ପରିସରରେ ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା କଟକ ଜିଲ୍ଲା ଆଠଗଡ଼ ରାଧାଗୋବିନ୍ଦପୁର ୧୧୫ ନଂ ବୁଥ୍ ପରିସରରେ ଘଟିଛି । ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପସ୍ଥିତିରେ ୨ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିବା ଦେଖିବାକୁ ମିଳିଛି । ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ରାଧାଗୋବିନ୍ଦପୁର ଗ୍ରାମରେ ହୋଇଥିବା ୧୧୫ ନଂ ବୁଥକୁ ଆଜି ଭୋଟ ଦେବାକୁ ଯାଇଥିଲେ। ଉକ୍ତ ସମୟରେ ଉଭୟ ବିଜେଡ଼ି ଏବଂ ବିଜେପି ସମର୍ଥକଙ୍କ ମଧ୍ୟରେ ମାରପିଟ ହୋଇଥିଲା। ଏହା କ୍ରମଶଃ ଉଗ୍ର ରୂପ ଧାରଣ କରିବାରୁ କଥା ହାତାହାତି ପର୍ଯ୍ୟନ୍ତ ଯାଇଥିଲା। ଉତ୍ତ୍ୟକ୍ତ ଲୋକେ ପରସ୍ପରକୁ ଚେୟାର ଫିଙ୍ଗିବା ସହ ପିଟାପିଟି କରିବାକୁ ପଛାଇ ନ ଥିଲେ। ଏଥିରେ ଉଭୟ ଗୋଷ୍ଠିର ୪ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଛି।






More Stories
ସଚିବଙ୍କୁ ଛୁଟି ମନା…..
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..