ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ମହିଳାଙ୍କ ଉପରେ ମାଡ଼ିଗଲା OSRTC ବସ୍। ଦୁର୍ଘଟଣାରେ ମହିଳାଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତାର ଚାନ୍ଦୋଳ ଖରିଦା ସାହି ଠାରେ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ। ଆଜି ସକାଳେ OSRTC ବସ୍ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଯାଉଥିଲା। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ସ୍କୁଟି ଆରୋହୀ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ସ୍କୁଟିରେ ଥିବା ମହିଳା ତଳେ ପଡ଼ିଯାଇଥିଲେ। ତାଙ୍କ ଉପରେ OSRTC ବସଟି ମାଡ଼ି ଯାଇଥିବା ସୂଚନା ରହିଛି।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..