ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅନ୍ତିମ ପର୍ଯ୍ୟାୟ ଭୋଟ୍ ଆସନ୍ତାକାଲି ପ୍ରଚାରର ଶେଷ ଦିନଥିବା ବେଳେ ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନ୍ତିମ ପର୍ଯ୍ୟାୟ ଭୋଟ୍ ପାଇଁ ମାରାଥନ୍ ପ୍ରଚାର କରିବେ ମୋଦି। ସେ ଆଜି ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବ। ପ୍ରଥମେ ମଧ୍ୟାହ୍ନ ୧୨ଟା ୩୦ ମିନିଟରେବାରିପଦା ସ୍ଥିତ ଛଉ ପଡ଼ିଆରେ ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ।ପରେ ଅପରାହ୍ନ ୨ଟାରେ ବାଲେଶ୍ୱର ଗସ୍ତ କରି ରେମୁଣା ସ୍ଥିତ ନରହରି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବେ। ଶେଷରେ ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଗସ୍ତ କରିବେ ପ୍ରଧାନମନ୍ତ୍ରୀ। ଅପରାହ୍ନ ୪ଟାରେ ବରୁଆ ପଡ଼ିଆରେ ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ |






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..