ରିପୋର୍ଟ କାର୍ଡ / କଟକ
ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ମୁଣ୍ଡିଆସାହି କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ବାସୁଦେବପୁର ଗ୍ରାମର ୩୮ ବର୍ଷୀୟ କେଶରୀ ପ୍ରଧାନ। ଆଜି ସକାଳେ କେଶରୀଙ୍କ ଝୁଲନ୍ତା ମୃତଦେହ ସ୍ଥାନୀୟ ଲୋକେ କାଜୁ ଜଙ୍ଗଲରେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ତିଗିରିଆ ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। କେଶରୀଙ୍କ ମୁତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଅନଲାଇନ୍ ଗେମ୍ ଖେଳକୁ ନେଇ ସେ ଆତ୍ମହତ୍ୟା କରିଥିବା ଜଣାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..