ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଅଘଟଣରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆହତମାନଙ୍କୁ ତୁରନ୍ତ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଓ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ ବୋଲି ଘୋଷଣା କରିଛନ୍ତି। ସୂଚନା ଅନୁସାରେ ବୁଧବାର ନରେନ୍ଦ୍ର ପୁଷ୍କାରିଣୀରେ ଚନ୍ଦନଯାତ୍ରା ଭଉଁରୀ ବେଳେ ପରମ୍ପରା ଅନୁସାରେ ବାଣ ମରାଯାଉଥିଲା। ଏହି ସମୟରେ ଅଘଟଣ ଘଟି ୩୦ରୁ ଅଧିକ ଆହତ ହୋଇଥିଲେ। ହସ୍ପିଟାଲରେ ଏଯାବତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଗୁରୁତରଙ୍କୁ କଟକ ଏସସିବି ଓ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..