ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ନେତା ଭିକେ ପାଣ୍ଡିଆନ ଉତ୍ତରାଧିକାରୀ ନେଇ ଚର୍ଚ୍ଚା ହେଉଥିଲା । ଏହାକୁ ନେଇ ବିରୋଧୀ ଦଳର କ୍ରମାଗତ ହାମଲା ଓ ରାଜ୍ୟରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ଶେଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ପାଣ୍ଡିଆନ ତାଙ୍କର ଉତ୍ତରାଧିକାରୀ ନୁହନ୍ତି ବୋଲି ନବୀନ ଆଜି ସ୍ପଷ୍ଟ କରିଛନ୍ତି। ଏଥିସହ ଏହି କଥାକୁ କାହିଁକି ବଢ଼ାଇଚଢ଼ାଇ ପ୍ରଚାର କରାଯାଉଛି ବୋଲି ସେ ଓଲଟା ପ୍ରଶ୍ନ କରିଛନ୍ତି । ଆଜି ଜାତୀୟ ଖବର ସରବରାହ ସଂସ୍ଥା ANIକୁ ଏକ ସାକ୍ଷାତକାର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଲୋକ ତାଙ୍କର ଉତ୍ତରାଧିକାରୀ ସ୍ଥିର କରିବେ। ପାଣ୍ଡିଆନ ତାଙ୍କ ଉତ୍ତରାଧିକାରୀ ନୁହନ୍ତି। ଏ କଥାକୁ ଅଯଥାରେ କେବଳ ଅପପ୍ରଚାର କରାଯାଉଛି। ଏହା ସହିତ ନବୀନ ତାଙ୍କର ସ୍ୱାସ୍ଥ୍ୟକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଦେଇଥିବା ବୟାନକୁ ନେଇ ମଧ୍ୟ ମତ ରଖିଛନ୍ତି। ଗତକାଲି କହିଥିବା କଥାକୁ ସେ ଆଜି ପୁଣିଥରେ ଦୋହରାଇଛନ୍ତି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..