ରିପୋର୍ଟ କାର୍ଡ / ପୁରୀ
ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ସ୍ୱତନ୍ତ୍ର ରିଲିଫ କମିଶନର ଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ୍ ରିଲିଜ୍ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ତେବେ ମୃତକଙ୍କ ପରିଚୟ ସଂପର୍କରେ କିଛି ସୂଚନା ଦିଆଯାଇନାହିଁ। ଏସ୍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍ରେ ଆହୁରି କୁହାଯାଇଛି ଯେ ଏହି ଘଟଣାରେ ଆହତ ହୋଇଥିବା ଆହୁରି ୧୯ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଉଲ୍ଲେଖ ଯୋଗ୍ୟ- ଗତକାଲି ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ତା’ପୂର୍ବ ଦିନ ଅର୍ଥାତ୍ ଶୁକ୍ରବାର ମଧ୍ୟ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ତା’ପୂର୍ବରୁ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ମେ’ ୨୯ ତାରିଖରେ ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଲୋକେ ବାଣ ଫୁଟାଉଥିବା ବେଳେ ବିସ୍ଫୋରଣ ଘଟିଥିଲା। ଏଥିରେ ୩୦ ଜଣ ଆହତ ହୋଇଥିଲେ। ସେଥିରୁ ୧୧ ଜଣଙ୍କ ମୃତ୍ୟୁ ଘଟିସାରିଲାଣି। ସେମାନଙ୍କ ମଧ୍ୟରେ କିଛି ଶିଶୁ ଓ ନାବଳକ ମଧ୍ୟ ଅଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଥିଲେ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..