Report Card Odisha

| Daily Odia News

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦି,୮ ରେ ଶପଥ ନେବେ …..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ସେ ଆସନ୍ତା ୮ ତାରିଖ ସଂଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂତ୍ରରୁ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଲଗାତାର ତୃତୀୟ ଥର ପାଇଁ ଏନଡିଏ ସରକାର ଗଢିବାକୁ ଯାଉଛି । ଯଦିଓ ଗତ ଦୁଇଟି ନିର୍ବାଚନ ପରି ଏଥର ବିଜେପି ନିଜ ବଳରେ ବହୁମତ ହାସଲ କରିପାରିନାହିଁ କିନ୍ତୁ ଏନଡିଏ ୨୯୦ରୁ ଅଧିକ ଆସନରେ ବିଜୟ ହାସଲ କରିଛି । ଆଜି ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ ସରକାର ଗଠନ ପାଇଁ ସେ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି।

Breaking News