Report Card Odisha

| Daily Odia News

ରାଜ୍ୟପାଳଙ୍କୁ ନୂତନ ବିଧାନସଭା ଗଠନ ନେଇ ବିଜ୍ଞପ୍ତି ପ୍ରଦାନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶା ନୂତନ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶିତ ହୋଇଛି। ଏହି ବିଜ୍ଞପ୍ତି ଓଡ଼ିଶା ରାଜପତ୍ରରେ ମଧ୍ୟ ପୁନଃ ପ୍ରକାଶିତ ହୋଇଛି। ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉକ୍ତ ବିଜ୍ଞପ୍ତି ପ୍ରଦାନ କରିଛନ୍ତି। ଏହି ଅବସରରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଏନ.ତିରୁମାଲା ନାୟକ, ଶତ୍ରୁଘ୍ନ କର ଓ ମିହିର ନାୟକ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ ସାହୁ ଓ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ମହତୋ ଉପସ୍ଥିତ ରହି ଉକ୍ତ ବିଜ୍ଞପ୍ତିକୁ ରାଜ୍ୟପାଳ ରଘୁବର ଦାସଙ୍କୁ ପ୍ରଦାନ କରିଥିଲେ। ଓଡ଼ିଶାରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ପାଇଁ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହା

Breaking News