ରିପୋର୍ଟ କାର୍ଡ / କଟକ
କଟକ ଏସ୍ସିବିରୁ ଆଜି ଡିସଚାର୍ଜ ହୋଇଛନ୍ତି ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଗତ ମେ’ ୨୯ ତାରିଖରେ ସେ ଅସୁସ୍ଥ ହୋଇ କଟକ ବଡ଼ ଡାକ୍ତରଖାନାର ମେଡିସିନ ବିଭାଗରେ ଭର୍ତ୍ତି ହୋଇଥିଲେ। ଇଭିଏମ୍ ଭଙ୍ଗାରୁଜା କରିଥିବା ଅଭିଯୋଗରେ ଗତ ମେ’ ୨୫ ତାରିଖ ବିଳମ୍ବିତ ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା। କୋର୍ଟରେ ହାଜର କରାଯିବା ପରେ ତାଙ୍କୁ ଖୋର୍ଦ୍ଧା ଜେଲ୍କୁ ପଠାଇ ଦିଆଯାଇଥିଲା। ଜେଲ୍ରେ ଥିବା ବେଳେ ମେ’ ୨୮ ତାରିଖରେ ଅସୁସ୍ଥ ହୋଇପଡ଼ିଥିଲେ ପ୍ରଶାନ୍ତ ଜଗଦ୍ଦେବ। ତେଣୁ ମେ’ ୨୯ ତାରିଖ ଭୋରରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାର ମେଡିସିନ୍ ବିଭାଗର ଆଇସିୟୁରେ ଭର୍ତ୍ତି କରାଯାଇଥିଲା।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..