ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ କାରକେଡକୁ ଗୁଳିମାଡ ହୋଇଛି। କୁକୀ ସମ୍ପ୍ରଦାୟର ସନ୍ଦିଗ୍ଧ ଆତଙ୍କାବଦୀଙ୍କ ପକ୍ଷରୁ ଏହି ଗୁଳିମାଡ଼ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣାରେ ଜଣେ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ତେବେ ଗୁଳିମାଡ଼ ସମୟରେ କାରକେଡରେ ମୁଖ୍ୟମନ୍ତ୍ରୀ ନ ଥିବା ଜଣାପଡ଼ିଛି। ସୋମବାର ଅପରାହ୍ନ ପ୍ରାୟ ୧ଟା ବେଳେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ହିଂସା ପ୍ରଭାବିତ ଜିରବାମ ଜିଲ୍ଲାକୁ ଯାଉଥିଲା। କିନ୍ତୁ ଏହା ପୂର୍ବରୁ କାଙ୍ଗପୋକ୍ପି ଜିଲା ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର କୋଟଲେନ ଗ୍ରାମ ନିକଟରେ ଲୁଚି ରହିଥିବା ଆତଙ୍କବାଦୀ କାରକେଡ୍ ଉପରକୁ ଗୁଳିମାଡ଼ କରିଥିଲେ। ସୁରକ୍ଷାକର୍ମୀମାନେ ତୁରନ୍ତ ଗାଡ଼ିରୁ ବାହାରି ସନ୍ଦିଗ୍ଧ ଆତଙ୍କବାଦୀମାନଙ୍କୁ କଡ଼ା ଜବାବ ଦେଇଥିଲେ। ଏଥିରେ ଜଣେ ସୁରକ୍ଷା କର୍ମୀ ଆହତ ହୋଇଥିଲେ। ତେବେ ମୁଖ୍ୟମନ୍ତ୍ରୀ ବୀରେନ ସିଂହ ବର୍ତ୍ତମାନ ଦିଲ୍ଲୀରେ ଥିବା ଜଣାପଡ଼ିଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……