ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଦଳିଗଲା ସୋଶାଲ ମିଡିଆ ପ୍ରୋଫାଇଲ୍ ଷ୍ଟାଟସ୍ । ପୂର୍ବରୁ ସୋଶାଲ ମିଡିଆରେ ଷ୍ଟାଟସ୍ରେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଲେଖୁଥିବା ନବୀନ ପଟ୍ଟନାୟକ ଏବେ ଏହାକୁ ବଦଳାଇ ଦେଇଛନ୍ତି। ଏହା ସ୍ଥାନରେ ବିଜୁ ଜନତାଦଳ ସଭାପତି ବୋଲି ସେ ଉଲ୍ଲେଖ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୋଶାଲ ମିଡିଆ ପ୍ରୋଫାଇଲ୍ ଷ୍ଟାଟସ୍ ଏବେ ଚର୍ଚ୍ଚାର କାରଣ ପାଲଟିଛି। ଦୀର୍ଘ ଅଢେଇ ଦଶନ୍ଧି ଧରି ରାଜ୍ୟର ମୁଖ୍ୟମନ୍ତ୍ରୀ ଥିବା ନବୀନ ପଟ୍ଟନାୟକ ଏଥର କିନ୍ତୁ ଗାଦିଚ୍ୟୁତ ହୋଇଛନ୍ତି। ଏହାପରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସାରିଛନ୍ତି। ଜନାଦେଶ ବିଜେପି ସପକ୍ଷରେ ଯାଇଥିବା ବେଳେ ଆଜିଠୁ ରାଜ୍ୟରେ ଆରମ୍ଭ ହେବ ବିଜେପି ଶାସନ । ଆଜି ଏକ ଭବ୍ୟ ସମାରୋହରେ ଶପଥ ନେବେ ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ପାଲଟି ଯାଇଥିବା ନବୀନ ପଟ୍ଟନାୟକ ଇସ୍ତଫା ଦେବା ପରେ ନିଜ ସୋଶାଲ ମିଡିଆ ପ୍ରୋଫାଇଲ୍ ଷ୍ଟାଟସ୍କୁ ବଦଳାଇ ଦେଇଛନ୍ତି। ଉଭୟ ଏକ୍ସ ଓ ଇନଷ୍ଟାଗ୍ରାମରେ ନବୀନ ପଟ୍ଟନାୟକ ନିଜକୁ ବିଜୁ ଜନତା ଦଳ ସଭାପତି ବୋଲି ଲେଖିଛନ୍ତି ।






More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ଜଳିଗଲା ବସ୍,୧୦ ମୃତ……
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..