ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟ ଅତିଥି ଭବନରୁ ରାଜ୍ୟ କାମ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ଅତିଥି ଭବନର ପ୍ରଥମ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ କରାଯାଇଛି। ନୂଆ କାର୍ଯ୍ୟାଳୟ ହେବା ପର୍ଯ୍ୟନ୍ତ ସେହିଠାରେ ହିଁ ଚାଲିବ ରାଜ୍ୟ କାର୍ଯ୍ୟ। ଗୁରୁବାର ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚି ନିଜ କାର୍ଯ୍ୟ ଆରମ୍ଭ କରିଛନ୍ତି। ପୁରୀରୁ ଫେରି ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବୈଠକ କରିଛନ୍ତି। ସରକାରୀ ଅଧିକାରୀମାନଙ୍କୁ ଡାକି ସେମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ତାଙ୍କ ସରକାରର ୧୦୦ଦିନର କାର୍ଯ୍ୟ ଚୂଡ଼ାନ୍ତ କରିବା ପାଇଁ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କର କୌଣସି ନିର୍ଦିଷ୍ଟ ବଙ୍ଗଳା ତଥା କାର୍ଯ୍ୟାଳୟ ନାହିଁ। ଦୀର୍ଘ ୨୪ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଘର ନବୀନ ନିବାସରୁ ହିଁ ରାଜ୍ୟ ଶାସନ ଚଳାଇ ଆସୁଥିଲେ। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପାଇଁ ଘର ଖୋଜା ଚାଲିଛି। ନୂଆ କାର୍ଯ୍ୟାଳୟ ପ୍ରସ୍ତୁତ ହେବା ପର୍ଯ୍ୟନ୍ତ ରାଜ୍ୟ ଅତିଥି ଭବନର ପ୍ରଥମ ମହଲାରେ ହିଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟ ଚାଲିବ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..