ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତା ଜୁଲାଇ ୧ ତାରିଖରୁ ସାରା ଦେଶରେ ଲାଗୁ ହେବ ନୂଆ ଭାରତୀୟ ନ୍ୟାୟ ସଂହିତା। ଏଥିସହିତ ଉଠିଯିବ ୧୮୬୦ ମସିହାରୁ ଚାଲି ଆସୁଥିବା ବ୍ରିଟିଶ ନିୟମ। ଏ ନେଇ ସବୁ ରାଜ୍ୟର ପୋଲିସ ଡିଜିଙ୍କ ସହ ଭର୍ଚୁଆଲ୍ ମାଧ୍ୟମରେ ଆଲୋଚନା କରିଛି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ। କେନ୍ଦ୍ର ଗୃହ ସଚିବ ଏନେଇ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଡିଜିପିଙ୍କ ସହିତ ଭିସିରେ ଆଲୋଚନା କରିଛନ୍ତି। ନୂଆ ନିୟମ ଅନୁସାରେ ଦେଶରୁ ହଟିବ ‘କ୍ରିମିନାଲ୍ ପ୍ରୋସିଜିଓର କୋଡ୍’-CrPC, ଇଣ୍ଡିଆନ୍ ପେନାଲ୍ କୋଡ୍- IPC ଏବଂ ଏଭିଡ଼େନ୍ସ ଆକ୍ଟ। ‘ଇଣ୍ଡିଆନ୍ ପେନାଲ୍ କୋଡ୍-IPC’ ପରିବର୍ତ୍ତେ ଆସିବ ‘ଭାରତୀୟ ନ୍ୟାୟ ସଂହିତା’, ‘‘କ୍ରିମିନାଲ୍ ପ୍ରୋସିଜିଓର କୋଡ୍’ ପରିବର୍ତ୍ତେ ଆସିବ ‘ଭାରତୀୟ ନାଗରିକ ସୁରକ୍ଷା ସଂହିତା’ ଏବଂ ‘ଇଣ୍ଡିଆନ୍ ଏଭିଡେନସ୍ ଆକ୍ଟ’ ପରିବର୍ତ୍ତେ ଆସିବ ‘ଭାରତୀୟ ସାକ୍ଷ୍ୟ’। ଏ ନେଇ ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ ଓ ଷ୍ଟେଟ କ୍ରାଇମ ରେକର୍ଡ ବ୍ୟୁରୋ ସହ ମିଳିତ ଆଲୋଚନା ହୋଇଛି। ଏହି ନୂଆ ନିୟମ କାର୍ଯ୍ୟକାରୀ ପାଇଁ ଥିବା ପ୍ରାବଧାନ ସଂପର୍କରେ ବରିଷ୍ଠ ଆଇପିଏସଙ୍କ ସହ ଆଲୋଚନା କରିଛନ୍ତି ଡିଜିପି। ଜୁଲାଇ ୧ ତାରିଖ ମଧ୍ୟରେ ଯେତିକି କେସ ରୁଜୁ ହୋଇଥିବ, ତାହା ପୁରୁଣା ସିଆରପିସି ଅଧୀନରେ ଟ୍ରାଏଲ କରାଯିବ ବୋଲି ଡିଜିପି କହିଛନ୍ତି।






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..