ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ନଦୀ, ସମୁଦ୍ର ମୁହାଣରୁ ଆରମ୍ଭ ହୋଇଛି ମାଛଧରା। ସୂଚନାଯୋଗ୍ୟ, ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିଥିଲା। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଥିଲା। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ ବୋଲି କୁହାଯାଇଥିଲା।ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥାଏ। ଗୁରୁତ୍ବପୂର୍ଣ୍ଣ ବିଷୟ ହେଲା, ମୌସୁମୀ ଆସିବା ପୂର୍ବରୁ ମାଛମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥାଏ। ମାଛମାନେ ଏହି ସମୟରେ ଅନୁକୂଳ ପରିବେଶରେ ଅଣ୍ଡା ଦେଇଥାନ୍ତି। ମାଛ ବଢ଼ିବାକୁ ୩/୪ ମାସ ଲାଗିଥାଏ। ଏହା ପୂର୍ବରୁ କଟକଣା ଶେଷ ହୋଇଯାଉଥିବାରୁ ମାଛର ଆକାର ବହୁତ ଛୋଟ ଥାଏ। ଏହି ସମୟରେ ସମୁଦ୍ରରେ ଟ୍ରଲର, ଗିଲେଟିନ୍, ଭୁଟୁଭୁଟି ଆଦି ଚଳାଚଳ ଆରମ୍ଭ ହୋଇଯାଏ। ଯାହାଦ୍ବାରା ଲକ୍ଷାଧିକ ମାଛ ଓ ଯାଆଁଳ ମରିଯାଆନ୍ତି। ମତ୍ସଜୀବୀ ବଡ଼ ମାଛ ବଦଳରେ ଛୋଟ ମାଛ ଆଣିଥାନ୍ତି।






More Stories
ସରକାରୀ ଅର୍ଥରେ ରାଘବ ଚଢ଼ାଙ୍କୁ ଟାର୍ଗେଟ….
ଓଏଏସ୍ ସ୍ତରରେ ଅଦଳବଦଳ…..
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଗୁଜରାଟ ଗସ୍ତ…..