ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମବଙ୍ଗ-ବିହାର ସୀମାନ୍ତ ନୂଆ ଜଲପାଇଗୁଡ଼ିରେ ସୋମବାର ସକାଳେ ଘଟିଥିବା ଟ୍ରେନ ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୃତକ ଏବଂ ଆହତଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏହା ସହିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ଏବଂ ଆହତଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଥିବାବେଳେ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏହି ଅର୍ଥ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ। ସୋମବାର ସକାଳ ପ୍ରାୟ ୯ଟାରେ ବିହାର-ପଶ୍ଚିମବଙ୍ଗ ସୀମାନ୍ତ ନୂଆ ଜଲପାଇଗୁଡ଼ି ଷ୍ଟେଶନ ନିକଟରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲବାହୀ ଟ୍ରେନ ଧକ୍କା ଦେବା ଫଳରେ ୧୫ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୬୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ କାଞ୍ଚନଜଙ୍ଗା ଏକ୍ସପ୍ରେସର ୩ଟି ବଗି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଥିବାବେଳେ ମାଲବାହୀ ଟ୍ରେନର ଅନେକ ବଗି ଲାଇନଚ୍ୟୁତ ହୋଇଯାଇଛି।
More Stories
ଭାଜପା ଜିତିଲେ ମୁସଲମାନ ବିଧାୟକଙ୍କୁ ବିଧାନସଭାରୁ ବାହାରକୁ ଫିଙ୍ଗି ଦିଆଯିବ…..
ରାଣ୍ୟାଙ୍କ ଡିଜିପି ବାପାଙ୍କ କହିବାନୁସାରେ ମୁଁ ସାହାଯ୍ୟ କରିଥିଲି…..
ୟୁକ୍ରେନ ସହ ଯୁଦ୍ଧ ବନ୍ଦ କରିବା ପୂର୍ବରୁ ସର୍ତ୍ତ ରଖିଲେ ପୁଟିନ୍…..