ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଷାକ୍ତ ମଦ ପିଇ ୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଅଧିକ ଲୋକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାମିଲନାଡ଼ୁର କଲ୍ଲାକୁରିଚି ଜିଲ୍ଲାରେ ଘଟିଛି ଏହି ସାଂଘାତିକ ଘଟଣା। । ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ବେଆଇନ ଭାବେ ମଦ ବିକ୍ରି କରୁଥିବା କେ. କନ୍ନୁକୁଟ୍ଟିଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ।ତାଙ୍କ ନିକଟରୁ ୨ଶହ ଲିଟର ମଦ ଜବତ ହୋଇଥିବା ବେଳେ ତାହାକୁ ପରୀକ୍ଷା ନିମନ୍ତେ ଲ୍ୟାବ୍କୁ ପଠାଯାଇଥିଲା। ଏହାପରେ ସେଥିରେ ବିଷାକ୍ତ ମିଥାଇଲ ନାମକ ପଦାର୍ଥ ଥିବା ଜଣାଯାଇଛି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ନିଜ କର୍ତ୍ତ୍ୟବରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିଜ ସୋଶାଲ ମିଡିଆ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଏଥିସହ ସେ କହିଛନ୍ତି, ଏପରି ଅପରାଧରେ ସାମିଲ ହୋଇଥିବା ଲୋକଙ୍କ ବିରୋଧରେ ସାଧାରଣ ଲୋକେ ସୂଚନା ଦେବା ଆବଶ୍ୟକ । ଏହାଦ୍ୱାରା ତତ୍କାଳ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିବ ଓ ବହୁ ମୂଲ୍ୟ ଜୀବନ ବଞ୍ଚି ପାରିବ । ତାମିଲନାଡ଼ୁ ରାଜ୍ୟପାଳ ଆର. ଏନ ରବି ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଅସୁସ୍ଥଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହ ଅଧିକାଂଶ ସମୟରେ ତାମିଲନାଡ଼ୁରେ ବିଷାକ୍ତ ମଦ ପିଇ ବହୁ ଜୀବନ ଚାଲି ଯାଉଥିବା ନଜର ଆସୁଛି। ତେଣୁ ଅବୈଧ ରୂପେ ମଦ ଉତ୍ପାଦନ ଓ ବିକ୍ରି ଉପରେ କଡ଼ା କଟାକଣା ଲାଗୁ କରିବା ଆବଶ୍ୟକ ବୋଲି କହିଛନ୍ତି ରାଜ୍ୟପାଳ।






More Stories
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନ ନିକଟରେ କଂଗ୍ରେସର ପ୍ରତିବାଦ….
ପେପର ଲିକ୍ କୌଣସି ରାଜନୈତିକ ପ୍ରସଙ୍ଗ ନୁହେଁ…..
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….