ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ।”ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କରାଯାଇଥିବା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଦେଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଆହୁରି କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳନର ବ୍ୟବସ୍ଥା ହୋଇଛି। ମନ୍ତ୍ରୀ, ସାଂସଦ, ବିଧାୟକମାନେ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଛନ୍ତି। ନୂଆ ଓଡ଼ିଶା, ସୁସ୍ଥ ଓଡ଼ିଶା ଗଠନରେ ନିଶ୍ଚିତରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜନ କରାଯାଇଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, କ୍ରୀଡ଼ା ସଚିବ ଭିନୀଲ କ୍ରିଷ୍ଣାଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ସମସ୍ତେ ଯୋଗ କରିଥିଲେ। ସେହିପରି ଅନ୍ତର୍ଜାତୀୟ ଯୋଗ ଦିବସରେ ରାଜ୍ୟର ବିଭିନ୍ନ ସ୍ଥାନରେ ଯୋଗ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।






More Stories
ଅବକାରୀ ବିଭାଗର ନୂଆ ଗାଇଡଲାଇନ……
ରାଜ୍ୟ କ୍ୟାବିନେଟ୍ ବୈଠକ…..
ରାଜ୍ୟରେ ସକାଳୁଆ ସ୍କୁଲ…..