ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୬ରୁ୨୮ମଧ୍ୟରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ଆଜି ଦକ୍ଷିଣ ଓଡ଼ିଶାରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍ ଶେଷ ସପ୍ତାହରେ ବର୍ଷା ପରିମାଣ ବୃଦ୍ଧି ହେବା ସମ୍ଭାବନା। ସେପଟେ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ମାଲକାନଗିରିରେ ଅଟକି ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାମାନ୍ୟ ଆଗକୁ ବଢିଛି। କୋରାପୁଟ, କଳାହାଣ୍ଡି, ଗଞ୍ଜାମ, ଗଜପତି ଜିଲ୍ଲା କୁ ସ୍ପର୍ଶ କରିଛି ମୌସୁମୀ। ଆସନ୍ତା ୨ରୁ ୩ଦିନ ମଧ୍ୟରେ ମୌସୁମୀ ଓଡ଼ିଶାର ଅନ୍ୟ ଜିଲାରେ ସକ୍ରିୟ ହେବାର ସମ୍ଭାବନା ରହିଛି। ଆଜିଠାରୁ ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ପରିମାଣ ବଢିବ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..