ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ। ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..