ରିପୋର୍ଟ କାର୍ଡ / ବାଲେଶ୍ଵର
ବାଲେଶ୍ୱର ପୌରାଞ୍ଚଳରେ କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସହଦେବଖୁଣ୍ଟା ଓ ଟାଉନ୍ ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ ହୋଇଛି। ସକାଳ ୫ଟାରୁ ଦିନ ୨ଟା ଯାଏ କର୍ଫ୍ୟୁ କୋହଳ କରାଯାଇଛି। ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ କର୍ଫ୍ୟୁ ସମ୍ପୂର୍ଣ୍ଣ ହଟିଛି । ଆଜିଠୁ ଲିଜ୍ ଲାଇନ୍ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ୍ ସେବା ଉପଲବ୍ଧ ହେବ। ତେବେ ମୋବାଇଲରେ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ପୌରାଞ୍ଚଳରେ ଆଜି ବନ୍ଦ ରହିବ ସବୁ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡ଼ି | ସୂଚନାଯୋଗ୍ୟ, ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ। ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..