Report Card Odisha

| Daily Odia News

୨୬ ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି। ମିଳିଥିବା ସୂଚନା ମୁତାବକ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଯାହାର ପ୍ରଭାବରେ ୨୬ରୁ ବଢ଼ିବ ବର୍ଷା। ତେବେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ମୁତାବକ, ଆସନ୍ତା ୫ ଦିନ ବର୍ଷା ହେବ ଏବଂ ଆଗାମୀ ୪୮ ଘଣ୍ଟା ହାଲୁକା ବର୍ଷା ହେବ। ୨୬ରୁ ବଢ଼ିବ ବର୍ଷାର ବିସ୍ତୃତି। ୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଇପାରେ। ଆସନ୍ତା ତିନି ଦିନ ଉପକୂଳ, ଦକ୍ଷିଣ ଅଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ୩୦ ରୁ ୪୦କିମି ବେଗରେ ପବନ ବହିପାରେ, ଏହାକୁ ନଜରରେ ରଖିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Breaking News