Report Card Odisha

| Daily Odia News

ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟ ସଚିବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମନୋଜ ଆହୁଜା ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସଚିବ ହୋଇପାରନ୍ତି ।କେନ୍ଦ୍ର ସରକାର ତାଙ୍କୁ ନିଜ ଗୃହ କ୍ୟାଡ଼ର ଓଡ଼ିଶାକୁ ଫେରାଇ ଦେବାପରେ ଏଭଳି ସମ୍ଭାବନା ସୃଷ୍ଟି ହୋଇଛି । ରାଜ୍ୟର ପ୍ରଥମ ବିଜେପି ସରକାର ଶ୍ରୀ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ । ଶ୍ରୀ ଆହୁଜାଙ୍କ ଫେରିବା ପରେ ରାଜ୍ୟରେ ବଡ଼ଧରଣର ପ୍ରଶାସନିକ ଅଦଳବଦଳ ହେବ ବୋଲି ଜଣାପଡ଼ିଛି |ସୂଚନା ଅନୁସାରେ, ନିଯୁକ୍ତି ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ କମିଟି ଆଜି ୧୯୯୦ ବ୍ୟାଚ୍ ଆଇଏଏସ୍ ମନୋଜ ଆହୁଜାଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରିବା ପାଇଁ ଅନୁମତି ଦେଇଛନ୍ତି । ଓଡ଼ିଶା ସରକାର ଶ୍ରୀ ଆହୁଜାଙ୍କ କେନ୍ଦ୍ରୀୟ ଡେପୁଟେସନ ଅବଧିକୁ ସମାପ୍ତ କରି ଫେରାଇ ଦେବାକୁ ଅନୁରୋଧ କରିଥିଲେ । ରାଜ୍ୟ ସରକାରଙ୍କ ଅନୁରୋଧକୁ ବିଚାର କରି କେନ୍ଦ୍ର କ୍ୟାବିନେଟର ନିଯୁକ୍ତି ସଂକ୍ରାନ୍ତ କମିଟି ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ଶ୍ରୀ ଆହୁଜା ଏବେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।

Breaking News