ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଜଣେ ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିବା ଘଟଣାକୁ ନେଇ ରାସ୍ତାକୁ ଓହ୍ଲାଇଛନ୍ତି ସାମ୍ବାଦିକ। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାମ୍ବାଦିକମାନେ ଦାବି କରିଛନ୍ତି। ଘଟଣାକୁ ୩ ଦିନ ବିତି ଯାଇଥିବା ସତ୍ତ୍ୱେ ପୋଲିସ କାହିଁକି କାର୍ଯ୍ୟାନୁଷ୍ଠାନ ନେଇନି ତାକୁ ନେଇ ସାମ୍ବାଦିକମାନେ ପ୍ରଶ୍ନ ଉଠାଇଛନ୍ତି। ୩ ଦିନ ତଳେ ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସର ନିର୍ମାଣ ଭଙ୍ଗା ଘଟଣାକୁ କଭରେଜ୍ ବେଳେ କର୍ତ୍ତବ୍ୟରତ ମହିଳା ସାମ୍ବାଦିକାଙ୍କ ଉପରକୁ ରଘୁନନ୍ଦନ କୁକୁର ଛାଡ଼ି ଦେଇଥିବା ଅଭିଯୋଗ ହୋଇଥିଲା। ଏନେଇ ସମ୍ପୃକ୍ତ ଘରୋଇ ଚ୍ୟାନେଲ ପକ୍ଷରୁ ରଘୁନନ୍ଦନଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିଲା। ରଘୁନନ୍ଦନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଥିଲା। ତେବେ ଘଟଣାକୁ ୩ ଦିନ ବିତି ଯାଇଥିଲେ ମଧ୍ୟ ରଘୁନନ୍ଦନ ଦାସଙ୍କ ଉପରେ ପୋଲିସ କାହିଁକି କାର୍ଯ୍ୟାନୁଷ୍ଠାନ ନେଇ ନ ଥିବାରୁ ତା’ର ପ୍ରତିବାଦରେ ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି ସାମ୍ବାଦିକ।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..