ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ ଅଚାନକ ଭୁଶୁଡିବାରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ଜଣ ଆହତ ହୋଇଛନ୍ତି । ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଆଜି ଭୋର ୫ଟା ୩୦ ମିନିଟରେ ଏହି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ଟର୍ମିନାଲ ଛାତ ତଳେ କେତେକ କାର ଚାପି ହୋଇ ରହିଛି । ଖବର ପାଇ ଦମକଳ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଛନ୍ତି । ଗୁରୁତର ତିନି ଜଣଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଥିସହିତ ସିଆଇଏସଏଫ୍, ଦିଲ୍ଲୀ ପୋଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଦିଲ୍ଲୀ ଦମକଳ ବାହିନୀର ସୂଚନା ଅନୁସାରେ ଶୁକ୍ରବାର ସକାଳ ପାଖାପାଖି ୫ଟା ୩୦ ମିନିଟରେ ଦିଲ୍ଲୀ ଏୟାରପୋର୍ଟ ଟର୍ମିନାଲ-୧ରେ ଛାତ ଭୁଶୁଡି ପଡିଥିଲା । ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ୩ଟି ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ । ତେବେ ଛାତ ଭୁଶୁଡିବାର ପ୍ରକୃତ କାରଣ ଜଣାପଡିନାହିଁ । ଗୁରୁବାର ରାତି ତମାମ ଦିଲ୍ଲୀ ଏନସିଆରରେ ଭୀଷଣ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି ।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..