Report Card Odisha

| Daily Odia News

ଏୟାରପୋର୍ଟ ଟ୍ରାଜେଡି: ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା ଘୋଷଣା….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ଦିଲ୍ଲୀ ବିମାନବନ୍ଦର ଛାତ ଭୁଶୁଡି ତିନି ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଓ ଆହତଙ୍କୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ପରଖିଛନ୍ତି । ପ୍ରବଳ ବର୍ଷା ଯୋଗୁ ବିମାନବନ୍ଦରର ଟର୍ମିନାଲ-୧ ଛାତ ଭୁଶୁଡି ପଡିଥିଲା । ବର୍ତ୍ତମାନ ଘଟଣାରେ ୪ଜଣ ଆହତଙ୍କ ଚିକିତ୍ସା ଜାରି ରହିଛି । ଘଟଣାସ୍ଥଳରେ ସିଆଇଏସଏଫ, ଏନଡିଆରଏଫ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଛାତ ଭୁଶୁଡିବାରୁ ଚାପି ହୋଇ ରହିଥିବା ଏକାଧିକ କାର ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି ।

Breaking News