Report Card Odisha

| Daily Odia News

ରାଜଘାଟରେ ମହାତ୍ମା ଗାନ୍ଧୀ,ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ/ ଭୁବନେଶ୍ୱର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେମାନେ ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାପରେ ଦିନ ୧୧ଟାରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ତାଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନ ୧ଟାରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଯୋଗ ଦେବେ।

Breaking News