ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏହାପରେ କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଛି। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ଆହୁଜା ଆସନ୍ତା ଡିସେମ୍ବର ମାସରେ ଅବସର ନେବେ। ଶ୍ରୀ ଆହୁଜାଙ୍କ ପତ୍ନୀ ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଆରତୀ ଆହୁଜା କେନ୍ଦ୍ରୀୟ ଡେପୁଟେସନ୍ରେ ଥିଲା ବେଳେ ଗତ ଫେବ୍ରୁଆରି ମାସରେ ଅବସର ନେଇସାରିଛନ୍ତି। ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଜୁନ୍ ୩୦ ଅର୍ଥାତ ଆଜି ଅବସର ନେଉଛନ୍ତି।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..