ରିପୋର୍ଟ କାର୍ଡ / ପୁରୀ
ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ରାଷ୍ଟ୍ରପତି ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏହି ଅବସରରେ ଶ୍ରୀମନ୍ଦିର ଭିତରକୁ VIPଙ୍କ ପ୍ରବେଶକୁ ବାରଣ କରାଯାଇଛି। ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ| ଆଇନ ମନ୍ତ୍ରୀ କହିଛନ୍ତି, ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ବିଶେଷ କରି ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ରଥଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଗୃହ ବିଭାଗର ପ୍ରସ୍ତୁତି ସଂପର୍କରେ ସେ ଅନୁଧ୍ୟାନ କରିବେ ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….