Report Card Odisha

| Daily Odia News

ଆଜି ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଉ ମାତ୍ର ପାଞ୍ଚଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଏଥିପାଇଁ ପୁରୀରେ ଚାଲିଛି ଜୋରସୋର ପ୍ରସ୍ତୁତି। ଆଜି ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ରଥ ଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ ତତ୍ପର ହୋଇ ଉଠିଛି ପ୍ରଶାସନ ଓ ପୋଲିସ ।ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସମୀକ୍ଷା ବୈଠକରେ ଯୋଗଦେବେ। ରଥ ନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିବେ।ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିବେ ।

Breaking News