ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରପ୍ରଦେଶର ହାଥରସ ସତ୍ସଙ୍ଗ ଦଳାଚକଟାରେ ବର୍ତ୍ତମାନ ସୁଦ୍ଧା ୧୨୧ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ଘଟଣାସ୍ଥଳରେ ଫରେନସିକ୍ ଟିମ୍ ପହଞ୍ଚି ତଦନ୍ତ କରୁଛି। ସତସଙ୍ଗ ରେ ପ୍ରବଚନ ଦେଉଥିବା ଭୋଲେବାବାଙ୍କୁ ଖୋଜୁଛି ପୋଲିସ । ଉତ୍ତରପ୍ରଦେଶ ମଇନପୁରୀ ଜିଲ୍ଲାର ସତ୍ସଙ୍ଗ ଆୟୋଜକ ରାମକୁଟୀର ଚାରିଟେବୁଲ ଟ୍ରଷ୍ଟରେ ଯାଇ ତଦନ୍ତ ହେଉଛି। ସୂଚନା ଅନୁସାରେ ଉତ୍ତର ପ୍ରଦେଶର ହାତ୍ରାସ ଜିଲ୍ଲରେ ମଙ୍ଗଳବାର ଏକ ସତସଙ୍ଗ ଅନୁଷ୍ଠିତ ହୋଇଥିବାବେଳେ ସେଥିରେ ଦଳାଚକଟା ଘଟି ୧୧୬ ଜଣ ପ୍ରାଣ ହରାଇଥିଲେ | ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଅଛନ୍ତି। ଆହତଙ୍କୁ ହାତ୍ରାସ ଓ ନିକଟସ୍ଥ ଇଟାହ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ୧୨୧ କୁ ବୃଦ୍ଧି ପାଇଥିବା ବେଳେ ଆଗକୁ ଆହୁରି ବଢିବା ନେଇ ଆଶଙ୍କା କରାଯାଉଛି । ଦୁର୍ଘଟଣାର କାରଣ ଜଣାପଡିନଥିବାବେଳେ ଆୟୋଜକଙ୍କ ତ୍ରୁଟି ଦାୟୀ ବୋଲି କୁହାଯାଉଛି। ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟ ମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖ ଗଭୀର ଶୋକପ୍ରକାଶ କରିଛନ୍ତିି। ଯୋଗୀ ଆଦିତ୍ୟନାଥ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଉତ୍ତର ପ୍ରଦେଶର ଦୁଇଜଣ ମନ୍ତ୍ରୀ ଲକ୍ଷ୍ମୀନାରାୟଣ ଚୌଧୁରୀ ଏବଂ ସନ୍ଦୀପ ସିଂହଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ପୋଲିସ ପୋଲିସ ମହାନିର୍ଦ୍ଦେଶକ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଆଗ୍ରା ଡିଭିଜନ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଏବଂ ଅଲିଗଡ କମିସନରଙ୍କୁ ନେଇ ଗଠିତ ଉଚ୍ଚସ୍ତରୀୟ ତଦନ୍ତ କମିଟି ତଦନ୍ତ ଜାରି ରଖିଛି।






More Stories
ବିଜେପି ବିରୋଧରେ ସାରା ଦେଶରେ ବିକ୍ଷୋଭ……
କଂଗ୍ରେସ ସାଂସଦଙ୍କୁ ହ୍ୱିପ୍ ଜାରି……
କର୍ମଚାରୀଙ୍କ ପାଇଁ ଘରୁ କାମ ବାଧ୍ୟତାମୂଳକ……